ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ ଏବଂ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଦାଶ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୫୩ ଗୋଟି ଅଭିଯୋଗ ମଧ୍ୟରୁ ୩୧ ଗୋଟି ବ୍ୟକ୍ତିଗତ, ୨୨ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟାଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.