ହରିଦାସପୁର- ପାରାଦ୍ବୀପ ଦ୍ଵିତୀୟ ରେଳ ଲାଇନ ପାଇଁ ବୈଜୟନ୍ତ ପଣ୍ଡାଙ୍କ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

0

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବୈଜୟନ୍ତ ପଣ୍ଡା
 

Imageନୂଆଦିଲ୍ଲୀ/ଭୁବନେଶ୍ୱର, ୧୫/୦୭ : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପ-ସଭାପତି ଏବଂ କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ଵିତୀୟ ରେଳ ଲାଇନ ପାଇଁ ଦେଇଥିବା ପ୍ରସ୍ତାବକୁ ଆଜି କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏନେଇ ଶ୍ରୀ ପଣ୍ଡା ୩୦.୦୮.୨୦୨୪ ତାରିଖରେ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଏକ ପତ୍ର ଜରିଆରେ ପ୍ରସ୍ତାବ ଦେଇଥିଲେ।
 
ସୂଚନାଯୋଗ୍ୟ ଯେ ୧୯୯୬ ମସିହାରେ ପୂର୍ବ-ତଟ ରେଳର ଅଂଶ ଭାବେ ୮୨.୫ କି.ମି. ଦୀର୍ଘ ହରିଦାସପୁର-ପାରାଦୀପ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା ୧୯୯୯ ମସିହାରେ ତତ୍କାଳୀନ ରେଳ ମନ୍ତ୍ରୀ ନୀତିଶ କୁମାର ମାର୍ଶାଘାଇଠାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ୨୦୦୪ ସୁଦ୍ଧା ଏହା ଶେଷ ହେବ ବୋଲି ପ୍ରତିଶୃତି ଦେଇଥିଲେ। ମାତ୍ର ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇ ପାରୁନଥିଲା ଓ କାଗଜକଲମରେ ଅଟକି ଯାଇଥିଲା| ଶ୍ରୀଯୁକ୍ତ ପଣ୍ଡା ୨୦୦୯ରେ କେନ୍ଦ୍ରାପଡାରୁ ନିର୍ବାଚିତ ହେବା ପରେ ନିରନ୍ତର ଭାବେ ଏହି ପ୍ରକଳ୍ପ କାର୍ଯ୍ୟ ତ୍ବରାନ୍ବିତ କରିବା ଦିଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ନିୟମିତ ଯୋଗାଯୋଗ ରକ୍ଷା କରିବା ସହ ଅଧିକାରୀମାନଙ୍କ ସହ ସମୀକ୍ଷା କରି କାର୍ଯ୍ୟକୁ ଆଗେଇ ନେଇଥିଲେ। ସହଭାଗିତା ଭିତ୍ତିରେ ଏହି ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ରେଳ ବିକାଶ ନିଗମ ଲିମିଟେଡ (ଆର.ଭି.ଏନ.ଏଲ), ଓଡ଼ିଶା ସରକାର, ଓଡ଼ିଶା ଖଣି ନିଗମ ଓ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ଦିଆଯାଇଥିଲା। ଆନୁମାନିକ ୨୦୮୩.୯ କୋଟି ଟଙ୍କାର ଏହି ପ୍ରକଳ୍ପ ଲାଗି ଆବଶ୍ୟକ କିଛି ଜମି ଜଙ୍ଗଲ କ୍ଷେତ୍ରରେ ପଡୁଥିବାରୁ
 
ତାହାର ଅଧିଗ୍ରହଣ ଦୀର୍ଘ ଦିନ ଧରି ପଡିରହିଥିଲା। ଏଥିପାଇଁ ଶ୍ରୀଯୁକ୍ତ ପଣ୍ଡା ୨୦୧୪, ଅକ୍ଟୋବର ୧୪ ତାରିଖରେ ତତ୍କାଳୀନ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭାଡେକରଙ୍କୁ ସାକ୍ଷାତ କରି ପ୍ରଥମ ପର୍ଯ୍ୟାୟ ପରିବେଶ ମଞ୍ଜୁରି ଆଣିଥିଲେ। ଏହାପରେ ୨୦୧୫ ଅଗଷ୍ଟ ୨୭ ତାରିଖରେ ଶ୍ରୀଯୁକ୍ତ ପଣ୍ଡା ତତ୍କାଳୀନ ରେଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ସାକ୍ଷାତ କରି ପ୍ରକଳ୍ପ କାର୍ଯ୍ୟ ତ୍ବରାନ୍ବିତ କରିବା ଲାଗି ଓ ରେଳ ବଜେଟରେ ସ୍ୱତନ୍ତ୍ର ଭାବେ ବ୍ୟୟବରାଦ ଦେବା ଲାଗି ଦାବି କରିଥିଲେ। ଏହାପରେ ଏହି ପ୍ରକଳ୍ପକୁ ଶେଷ କରିବା ଲାଗି ଶ୍ରୀଯୁକ୍ତ ପଣ୍ଡା ତତ୍କାଳୀନ ରେଳ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ସହ ବାରମ୍ବାର ଆଲୋଚନା ମଧ୍ୟ କରିଥିଲେ। ଶେଷରେ ୨୦୧୯ ମସିହାରେ ଏହି ପ୍ରକଳ୍ପଟି ଶେଷ ହୋଇଥିଲା|
 
ହରିଦାସପୁର-ପାରାଦୀପ ରେଳ ଲାଇନ ଉପକୂଳ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ, ଯାହା ୩ଟି ଜିଲ୍ଲା ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂପୁରକୁ ସଂଯୋଗ କରୁଛି। ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଓଡ଼ିଶା ପ୍ରତି ସ୍ନେହ ଓ ପ୍ରୋତ୍ସାହନ ପାଇଁ ଏହି ପ୍ରକଳ୍ପଟି ଶେଷ ହୋଇପାରିଥିଲା ଦ୍ଵିତୀୟ ରେଳ ଲାଇନ ହେଲେ କେନ୍ଦ୍ରାପଡା ଜିଲ୍ଲାରେ ଇଣ୍ଡଷ୍ଟ୍ରିଆଲ କରିଡୋର, ଶିଳ୍ପାୟନ ପାଇଁ ପଥ ପରିଷ୍କାର ହେବା ସଙ୍ଗେ ସଙ୍ଗେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଆଜି କ୍ୟାବିନେଟରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବାରୁ ଶ୍ରୀ ପଣ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି।

Leave A Reply

Your email address will not be published.