ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ , ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାକେଶ କୁମାର ସାହୁ , ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଆର.ଉଦୟଗିରି ପଞ୍ଚାୟତ ସମିତିର ସମୁଦାୟ ମୋଟ- ୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା – ୧୫ଗୋଟି ଅଭିଯୋଗ ଆସିଥିଲା , ସେଥିମଧ୍ୟରୁ ଜଣକୁ ରେଡ୍କ୍ରସ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି ଓ ଜାତୀୟ ପରିବାର ମଙ୍ଗଳ ଯୋଜନରୁ ତିନି ଜଣଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖର୍ସେଲ , ତହସିଲଦାର ଶ୍ରୀ ଜ୍ୟୋତି ମୟ ଦାଶ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.