ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

38

ବେଲଗୁଣ୍ଠା,୨୭/୦୭, -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷେତ୍ରୀୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯାଇଛି। ଏହି ଅବସରରେ ଅନୁଷ୍ଠାନ ଅଧ୍ୟକ୍ଷ ଡ ଗିରିଧର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଦ୍ଵିତୀୟ ଏବଂ ତୃତୀୟ ବର୍ଷର ଛାତ୍ରଛାତ୍ରୀ ନୂତନ ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରିଥିଲେ। ଅଧ୍ୟକ୍ଷ ଡ ନାୟକ ଛାତ୍ରଛାତ୍ରୀ ମାନଙ୍କୁ ସମୟାନୁବର୍ତ୍ତୀ ହେବ ସହିତ ଶୃଙ୍ଖଳା ରକ୍ଷା କରି ଅନୁଷ୍ଠାନର ସମ୍ମାନ ରକ୍ଷା କରିବା ନିମନ୍ତେ ଉପଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ,ଅଧ୍ୟାପିକା,କର୍ମଚାରୀ ଏବଂ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

Leave A Reply

Your email address will not be published.