ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଶ୍ରୀ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି

7

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଶ୍ରୀ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି।
ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରମ ପୂଜନୀୟ ଗୈରିକ ଧ୍ୱଜ ନିକଟରେ ପୁଷ୍ପ ଅର୍ପଣ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଗୁରୁ ପୂର୍ଣ୍ଣିମା ଦିବସର ପୌରାଣିକ ଓ ସାମାଜିକ ମହତ୍ତ୍ୱ ସମ୍ବନ୍ଧରେ ଆଲୋକପାତ କରିଥିଲେ। ଅପରାହ୍ନରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିଶୁ ମନ୍ଦିରର ଛାତ୍ର ଛାତ୍ରୀ , ଆଚାର୍ଯ୍ୟ ଆଚାର୍ଯ୍ୟା ଓ ପରିଚାଳନା ସମିତି ଙ୍କ ଦ୍ଵାରା ପ୍ରାୟ ୨୦୦୦ ଭକ୍ତ ମାନଙ୍କୁ ହାଲୁଆ ପ୍ରସାଦ ବଣ୍ଟନ କରାଯାଇଥିଲା।

Leave A Reply

Your email address will not be published.