ବାଲେଶ୍ୱର ଅବକାରୀ ଅଧିକ୍ଷକ ଶେଖ ଅସଫ ଅଲ୍ଲୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଅନ୍ତରା ବଜାର, ନୂଆ ବଜାର ଓ ବାରାପୁର ଗ୍ରାମ ନିକଟରେ ଚଢ଼ାଉ କରାଯାଇ ୧୧୫ ଲିଟର ଦେଶୀ ମଦ ଓ ୪.୫୦୦ ଲିଟର ବିଦେଶୀ ମଦ ସହିତ ଗୋଟିଏ ମୋଟର ସାଇକେଲ ଜବତ କରାଯିବା ସହିତ ମହତିପୁର ଗ୍ରାମର ରାମଚନ୍ଦ୍ର ସେଠୀ, ନୂଆ ଗ୍ରାମର ଗୌତମ ଜେନା ଓ ବାରାପୁର ଗ୍ରାମର ଜିତେନ୍ଦ୍ର ଦାଶ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ମଦ ଓ ବାଇକର ଆନୁମାନିକ ମୂଲ୍ୟ ୧ ଲକ୍ଷ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।