ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ , ବକ୍ତୃତା , ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏହି ପ୍ରତିଯୋଗିତା ଗୁଡ଼ିକରେ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।
ଏହି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଗଜପତି ଷ୍ଟାଡିୟମଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।
ଆଜିର ପ୍ରତିଯୋଗିତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ଶ୍ରୀମତୀ ସୁଲତା ଶୁଭଦର୍ଶିନୀ , ଶ୍ରୀ ଅମୋଶ ଲିମ୍ମା , ଶ୍ରୀମତୀ ଅନିତା ଦାସ , ଶ୍ରୀ କିଶୋର ଚନ୍ଦ୍ର ଦାସ , ଶ୍ରୀମତୀ ସୁନୀତା ମହାରଣା ଓ ଶ୍ରୀମତୀ ବବିତା ପୁରୋହିତ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସମସ୍ତ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଓ ଶ୍ରୀ ରମାକାନ୍ତ ବରାଡ କାର୍ଯ୍ୟକ୍ରମ ଗୁଡ଼ିକର ସୁଚାରୁ ପରିଚାଳନା କରିଥିଲେ। ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post