ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

11

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:- ତା.୧୦-୦୮-୨୦୨୬ରିଖ ଦିନ ପଦ୍ମପୁର ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରାସାଦ ଡି ଏଫ୍ ଓ ସଚିନ୍ ଆନ୍ନା ସାହେବ ଓହଲ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ପଦ୍ମପୁର ବ୍ଲକ ଅଧ୍ୟକ୍ଷା ମଣିମାଳା ଶବର, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୬୧ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୯ଟି ବ୍ୟକ୍ତିଗତ ଏବଂ ୧୨ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ
ଏହି ଅଭିଯୋଗ ଶିବିରରେ ଜିଲ୍ଲା ଅବକାରୀ ନିରୀକ୍ଷକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ ପଦ୍ମପୁର ତହସିଲଦାର ସୁବଶିଷ ଶତପଥୀ, ବି ଇ ଓ ହୃଷୀକେଶ ରଥ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସିଡିପିଓ ମହାଦେବ ଚଞ୍ଚୁଆନ୍, ସିଡ଼ିପିଓ ଭାରତୀ ବ୍ରହ୍ମା, ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ କୁମାର ପାଣିଗ୍ରାହୀ, ପଦ୍ମପୁରଏଲଓ ଲିପ୍ସା ଗମାଙ୍ଗ,ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପଦ୍ମପୁର ଥାନା ଅଧିକାରୀ ଧରଣୀଧର ପ୍ରଧାନ ଆଇନ ସେବା ଶୃଙ୍ଖଳା ରକ୍ଷା କରିଥିଲେ ଏହି ଅଭିଯୋଗରେ ଲିଙ୍ଗରାଜ କରକରିଆ ଏବଂ କରବାବୁ ସହଯୋଗ କରି ଥିଲେ।

Leave A Reply

Your email address will not be published.