ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ

8

ବେଲଗୁଣ୍ଠା, ୧୪/୦୮: -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ପକ୍ଷରୁ ଦେଶଭକ୍ତି ଓ ଜାତୀୟ ଏକତାର ବାର୍ତ୍ତା ନେଇ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା (NSS) ଅଧିକାରୀ ଅଧ୍ୟାପିକା ପିଙ୍କି ପାତ୍ରଙ୍କ ତତ୍ତ୍ୱାବଧାନରେ ହୋଇଥିଲା। ଏହି ଅବସରରେ ମହାବିଦ୍ୟାଳୟ ପରିସରରୁ ଜାତୀୟ ପତାକା ଧରି ଏକ ଶୋଭାଯାତ୍ରା ବାହାରି ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ଶୋଭାଯାତ୍ରାରେ ଛାତ୍ରଛାତ୍ରୀମାନେ ଦେଶପ୍ରେମମୂଳକ ସ୍ଲୋଗାନ ଦେଇ ଜାତୀୟ ଏକତା, ଦେଶପ୍ରେମ ଓ ନାଗରିକ ଦାୟିତ୍ୱର ବାର୍ତ୍ତା ପ୍ରଚାର କରିଥିଲେ। ଜାତୀୟ ପତାକାର ସମ୍ମାନ ରକ୍ଷା ସହ ଘରେ ଘରେ ତ୍ରିରଙ୍ଗା ଉଡ଼ାଇବା ପାଇଁ ସଚେତନତା ସୃଷ୍ଟି କରାଯାଇଥିଲା। କାର୍ଯ୍ୟକ୍ରମରେ କ୍ରୀଡ଼ା ଶିକ୍ଷକ ବିଶ୍ୱରଞ୍ଜନ ସ୍ୱାଇଁଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ-ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମଟି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦେଶପ୍ରେମ ଓ ଜାତୀୟତାବୋଧକୁ ଅଧିକ ସୁଦୃଢ଼ କରିଥିଲା।

Leave A Reply

Your email address will not be published.