ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୮୦ତମ ସ୍ୱାଧୀନତା ଦିବସ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ରୋମାଞ୍ଚକର ମୁକାବିଲାରେ ଗଣମାଧ୍ୟମ ଏକାଦଶ ୧ ରନ୍ ରେ ବିଜୟୀ ହୋଇଥିଲା।
ଏହି ଅବସରରେ ଆରକ୍ଷୀ ଅଧିକ୍ଷକ ଗଜପତି ଶ୍ରୀ ପ୍ରହ୍ଲାଦ ସହାୟ ମୀନା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ସହକାରୀ ଜିଲ୍ଲାପାଳ ତଥା ଭାରପ୍ରାପ୍ତ କ୍ରୀଡ଼ା ଅଧିକାରୀ ଶ୍ରୀ ଜଗନ୍ନାଥ ପାଢ଼ୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ସ୍ୱାଧୀନତା ଦିବସର ଉତ୍ସବମୁଖର ପରିବେଶରେ ଆୟୋଜିତ ଏହି ମ୍ୟାଚ୍ ଗଣମାଧ୍ୟମ ଓ ଜିଲ୍ଲା ପ୍ରଶାସନ ମଧ୍ୟରେ ସୌହାର୍ଦ୍ଦ୍ୟ ଓ ବନ୍ଧୁତ୍ୱର ଭାବନାକୁ ଆହୁରି ସୁଦୃଢ଼ କରିଥିଲା। ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ମ୍ୟାଚ୍ଟିର ଆୟୋଜନ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.