କଳାହାଣ୍ଡିରେ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ

9

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାର ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିଥିଲେ।
ସ୍ୱାଧୀନତା ଦିବସ ଅବସରରେ ସକାଳ ୭ଟା ୩୦ ମିନିଟରେ ଭବାନୀପାଟଣା ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଏବଂ କୋଠାବାଡ଼ିରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।
ପରେ ସକାଳ ୯ଟା ୧୫ ମିନିଟରେ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିଥିଲେ। ଏହାପରେ ସେ ଉପସ୍ଥିତ ଜନସାଧାରଣଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇ ଉଦ୍‌ବୋଧନ ଦେଇଥିଲେ।
ସକାଳ ୯ଟା ୩୦ ମିନିଟରେ ପ୍ୟାରେଡ୍‌ ସହିତ ଶିକ୍ଷା, କ୍ରୀଡ଼ା ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବିଦ୍ୟାର୍ଥୀ ଓ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ସ୍ୱାଧୀନତା ଦିବସ ଅବସରରେ ସକାଳ ୧୦ଟାରେ ୪ର୍ଥ ଶ୍ରେଣୀ କର୍ମଚାରୀ ଭବନରେ ରକ୍ତଦାନ ଶିବିର ଉଦ୍‌ଘାଟିତ ହୋଇଥିଲା। ଏହାପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଜେନେରାଲ ୱାର୍ଡ ଓ ଶିଶୁ ୱାର୍ଡ, ଜିଲ୍ଲା କାରାଗାର, ରେଡକ୍ରସ ଦିବ୍ୟାଙ୍ଗ ଅନୁଷ୍ଠାନ, ନେହେରୁ ସେବା ସଂଘ ଶିଶୁଯତ୍ନ ଅନୁଷ୍ଠାନ ଏବଂ ପର୍ଯ୍ୟବେକ୍ଷଣ ସ୍ୱତନ୍ତ୍ର ଗୃହର ଅନ୍ତେବାସୀମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।
ସନ୍ଧ୍ୟା ୫ଟାରେ ସ୍ଥାନୀୟ ଟାଉନ୍‌ହଲ୍‌ଠାରେ ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କାର ବିତରଣ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହାସହ ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ଲୋକସମ୍ପର୍କ ବିଭାଗ, କଳାହାଣ୍ଡି, ଭବାନୀପାଟଣା ପକ୍ଷରୁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ କାର୍ଯ୍ୟକ୍ରମ ହେବାକୁ ଅଛି।
ଜିଲ୍ଲାପାଳ ସଚିନ ପ୍ରକାଶ, ଭା.ପ୍ର.ସେ.ଙ୍କ ତତ୍ତ୍ୱାବଧାନରେ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସର ସମସ୍ତ କାର୍ଯ୍ୟକ୍ରମ ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା।

Leave A Reply

Your email address will not be published.