ବାଲେଶ୍ୱର: ବାଲେଶ୍ୱର ଅବକାରୀ ଅଧିକ୍ଷକ ଶେଖ ଅସଫ ଅଲ୍ଲୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଗରସଙ୍ଗ ଓ ଅନ୍ତରା ଗ୍ରାମରେ ଚଢ଼ାଉ କରାଯାଇ ୧୫୦ ଲିଟର ଦେଶୀ ମଦ ଓ ୫.୪୦୦ ଲିଟର ବିଦେଶୀ ମଦ ଜବତ କରାଯିବା ସହିତ ଅନ୍ତରା ଗ୍ରାମର ରମାକାନ୍ତ ସାହୁ ଏବଂ ଗରସଙ୍ଗ ଗ୍ରାମର ମନୋରଞ୍ଜନ ବାରିକ ଓ ଗଗନ ବିହାରୀ ବେହେରା ଓରଫ ଗଙ୍ଗା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।