ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

6


ଓଡ଼ଗାଁ, ୧୯।୮(ଶ୍ରୀକାନ୍ତ କୁମାର ମିଶ୍ର):
ନୟାଗଡ଼ ଜିଲ୍ଲା ଓଡ଼ଗାଁସ୍ଥିତ ପିଏମ୍‌ଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ଓ ବିଦାୟ ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବିଦ୍ୟାଳୟର ସେବାନିବୃତ ପ୍ରଧାନ ଶିକ୍ଷକ ବିଜୟ କୁମାର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ବସିରନବିବି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଏହି ଅବସରରେ ପୂର୍ବତନ ପ୍ରଧାନ ଶିକ୍ଷକ ଦୟାନିଧି ମହାପାତ୍ର, ଚାହାଳୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ, ଶିକ୍ଷୟିତ୍ରୀ ଶୈଳବାଳା ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିବ୍ୟଲୋଚନ ବରାଡ଼, ପୂର୍ବତନ ସଭାପତି ବରେନ୍ଦ୍ର କୁମାର ନନ୍ଦ, କୁରାଳ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ପାଣିଗ୍ରାହୀ, ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ୧୫ରୁ ଊର୍ଦ୍ଧ୍ୱ ହାଇସ୍କୁଲର ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ସେବାନିବୃତ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ତାଙ୍କର ଦୀର୍ଘ ଶିକ୍ଷାଦାନ ଜୀବନର ସ୍ମୃତିଚାରଣ କରାଯାଇଥିଲା।
ବିଦ୍ୟାଳୟର ବାଳିକା ଶିକ୍ଷାର୍ଥୀମାନେ ସ୍ୱାଗତ ସଙ୍ଗୀତ ଓ ବିଦାୟକାଳୀନ ସଙ୍ଗୀତ ପରିବେଷଣ କରିଥିଲେ। ଶିକ୍ଷକ ପରମାନନ୍ଦ ଦଳେଇ ଓ ଏକଲବ୍ୟ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶିକ୍ଷକ ସନ୍ତୋଷ କୁମାର ମହାପାତ୍ର, ଜ୍ୟୋତି ପ୍ରକାଶ ପ୍ରଧାନଙ୍କ ସମେତ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Leave A Reply

Your email address will not be published.