ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

8

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ମୁନିନ୍ଦ୍ର ହୋନନାଗା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ , ଉପଜିଲ୍ଲାପାଳ ଅନୁପ କୁମାର ପଣ୍ଡା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଉକ୍ତ ଶିବିରରେ ମୋଟ ୯୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଏବଂ
୬୬ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଉକ୍ତ ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ କାର୍ଡ , ଶିକ୍ଷା , ଜଳସେଚନ , ରାସ୍ତା , ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।

Leave A Reply

Your email address will not be published.