ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ରାୟଗଡା ଜିଲ୍ଲାର ଗୁଣୁପୁର ବ୍ଲକ ଅନ୍ତର୍ଗତ ଘନାନ୍ତ୍ରୀ ଠାରେ ମୋହନ ଚରଣ ମାଝୀ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ଶବର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରୀ ୱାଇ. ଗଣପତି ଏବଂ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ରୋଜିତା କୋରଡା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅଧୀନରେ ହିତାଧିକାରୀମାନଙ୍କୁ କାର୍ଡ ବଣ୍ଟନ କରାଯାଇଥିଲା। ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ଓ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା।