ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

7

କଟକ, ତା ୦୭.୦୯.୨୦୨୬ ରିଖ – କହ୍ନେଇପୁର ଗ୍ରାମ ପଞ୍ଚାୟତସ୍ଥିତ ଭଗତପୁର କଲ୍ୟାଣ ମଣ୍ଡପଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୩୪୮ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୩୨୫ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୩ଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୨୭ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା ।ଏହି ଅଭିଯୋଗ ଶୁଣାଣି ସ୍ଥଳରେ , ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ କୃଷି, ଶିକ୍ଷା, ବିଦ୍ୟୁତ, ପାନୀୟ ଜଳ, ଭିନ୍ନକ୍ଷମ ଏବଂ ଅନ୍ୟାନ୍ୟ ଭତ୍ତା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Leave A Reply

Your email address will not be published.