ଦେଶୀ ଓ ବିଦେଶୀ ମଦ ସହିତ ବିଅର ଜବତ, ୦୪ ଗିରଫ ।

19

ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣା ଜାତୀୟ ରାଜପଥ ଓ ମାର୍କୋଣା ରେଲୱେ କଲୋନୀ ଓ ନିଶ୍ଚନ୍ତା ଗ୍ରାମରେ ଚଢ଼ାଉ କରାଯାଇ ୩୦ ଲିଟର ଦେଶୀ ମଦ, ୫.୪୦୦ ଲିଟର ବିଦେଶୀ ମଦ ଓ ୨୫ ଲିଟର ବିଅର ଜବତ କରାଯିବା ସହିତ ବଣା ଗ୍ରାମର ବିକାଶ ସିଂ, ନିଶ୍ଚନ୍ତା ଗ୍ରାମର ତ୍ରିଲୋଚନ ନାୟକ ଏବଂ ମାର୍କୋଣା ଗ୍ରାମର କମଳାକାନ୍ତ ବେହେରା ଓ ମୁକୁନ୍ଦ ଚନ୍ଦ୍ର ବେହେରା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୨୫ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

Leave A Reply

Your email address will not be published.