ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା – ୨୦୨୬ ଉଦଯାପିତ ହୋଇଯାଇଛି।
ଜିଲ୍ଲାର ବିଭିନ୍ନ ବ୍ଲକରୁ ମୋଟ ୧୧ଟି ଲୋକନୃତ୍ୟ ଦଳ ଅଂଶଗ୍ରହଣ କରି ନିଜର ନୃତ୍ୟକଳା ଓ ଲୋକ ସଂସ୍କୃତିର ଅପୂର୍ବ ଦୃଶ୍ୟ ପ୍ରଦର୍ଶନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ. ମାୟାଧର ସାହୁ ଯୋଗଦେଇ ଲୋକନୃତ୍ୟ ମାଧ୍ୟମରେ ଆମେ ନିଜ ସଂସ୍କୃତି ଓ ପରମ୍ପରାକୁ ସଂରକ୍ଷଣ କରିପାରିବା ଏବଂ ଏହା ଯୁବପିଢି ପାଇଁ ଏକ ଉପଯୁକ୍ତ ପ୍ଲାଟଫର୍ମ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ଭାଗବତ ପାଢ଼ୀ , ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ୱାଇ. କ୍ରିଷ୍ଣା ରାଓ , ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ପ୍ରଥମ ପର୍ଯ୍ୟାୟ ରେ ମଞ୍ଚାସିନା ରହିଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟର ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ. ଶଙ୍କର ପ୍ରସାଦ ମହାନ୍ତି , ଏନସିଇଆରଟି ଭୂବନେଶ୍ୱର , ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ. ମାୟାଧର ସାହୁ , ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଏସ୍ . ଗିରିଧର , ଭାଗବତ ପାଢ଼ୀ , ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ୱାଇ. କ୍ରିଷ୍ଣା ରାଓ , ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇ ବିଜେତା ଦଳଗୁଡିକୁ ପୁରସ୍କୃତ କରିଥିଲେ। ପ୍ରତିଯୋଗିତାରେ ସରକାରୀ ଉଚ୍ଚ ବିଦ୍ୟାଳୟ , ଆଡବା ପ୍ରଥମ ସ୍ଥାନ , ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ , ପାରଳାଖେମୁଣ୍ଡି ପ୍ରଥମ ସ୍ଥାନ , ଓ ଏ ଭି ଲିଙ୍ଗିପୁର୍, ଗୋଷାଣୀ ବ୍ଲକ ଦ୍ଵିତୀୟ ସ୍ଥାନ ଓ ସରକାରୀ ଉଚ୍ଚ ବିଦ୍ୟାଳୟ , ରାୟଗଡ଼ ତୃତୀୟ ସ୍ଥାନ ଅଧିକାର କରିଥିଲେ।

ବିଚାରକ ଭାବେ ଶ୍ରୀ ଆଦର୍ଶ କୁମାର ଦାସ ଓ ଶ୍ରୀମତୀ ବିନ୍ଦୁପ୍ରିୟା ବେହେରା ଦାୟିତ୍ୱ ନିର୍ବାହ କରିଥିଲେ।
ଶେଷରେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ୱାଇ. କ୍ରିଷ୍ଣା ରାଓ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ , ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।