ଚନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅନକାବେଡା ବିଦ୍ୟାଳୟ ପରିସରରେ ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧି ଉଦ୍ଦେଶ୍ୟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ସହିତ ସମ୍ପୃକ୍ତ ବ୍ୟକ୍ତିମାନେ ଏଥିରେ ଉତ୍ସାହର ସହ ଯୋଗଦେଇ ବିଭିନ୍ନ ପ୍ରକାରର ଚାରା ରୋପଣ କରିଥିଲେ।
ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷର ମହତ୍ତ୍ୱ, ପରିବେଶ ସୁରକ୍ଷା, ଜଳବାୟୁ ସନ୍ତୁଳନ ଓ ପ୍ରକୃତି ସଂରକ୍ଷଣ ସମ୍ପର୍କରେ ସଚେତନ କରାଯାଇଥିଲା। “ଗଛ ଲଗାନ୍ତୁ, ପରିବେଶ ବଞ୍ଚାନ୍ତୁ” ବାର୍ତ୍ତା ଦେଇ ଛାତ୍ରଛାତ୍ରୀମାନେ ରୋପଣ କରାଯାଇଥିବା ଚାରାଗୁଡ଼ିକର ଯତ୍ନ ନେବାକୁ ସଂକଳ୍ପ ନେଇଥିଲେ।
ବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଏଭଳି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମନରେ ପରିବେଶ ପ୍ରତି ଦାୟିତ୍ୱବୋଧ ସୃଷ୍ଟି କରିବା ସହ ଏକ ସୁସ୍ଥ ଓ ସବୁଜ ପରିବେଶ ଗଠନରେ ସହାୟକ ହେବ। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିଲା।
ବନରକ୍ଷୀ ଶ୍ରୀଯୁକ୍ତ ତାପସ କୁମାର ଦାଶ, ଆଶୁତୋଷ ପାଢ଼ୀ, କମଳାକାନ୍ତ ନାଗ, ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ପ୍ରତାପ ବାଘ
ଡମ୍ବରୁଧର ମାଝୀ, ଲକ୍ଷ୍ମଣ ମାଝୀ , ଡମ୍ବରୁଧର ଚୌହାନ, ଗୌରାଙ୍ଗ ମନହିରା, ଥବିର ମାଝୀ, ବାବୁଲାଲ ଜଗତ, ବିଦ୍ୟାଳୟ ସଭାପତି ଶ୍ରୀଯୁକ୍ତ ଜଳନ୍ଧର ଅଣ୍ଟି , ଅଭି ପାଣ୍ଡେ, ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଚକ୍ରଧର ସାହୁ, ପୁସ୍ତକ ମାଝୀ ପ୍ରତାପ ନାୟକ ଆଦି ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମଟିକୁ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.