ମଣ୍ଡଳସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ଓଡ଼ଗାଁ ରଘୁନାଥ ବିଦ୍ୟାଳୟ ପ୍ରଥମ

14


ଜିଲ୍ଲାସ୍ତରୀୟ ପ୍ରତିଯୋଗିତାକୁ ଉନ୍ନୀତ ହେଲା ବିଜେତା ଦଳ

ଓଡ଼ଗାଁ, ୧୮।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନ୍‌ଏସିସ୍ଥିତ ପିଏମ୍‌ଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଓଡ଼ଗାଁ ମଣ୍ଡଳସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରାଜକିଶୋର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓଡ଼ିଶାର ପାରମ୍ପରିକ ଲୋକନୃତ୍ୟ ପରିବେଷଣ କରିଥିଲେ। ଏଥିରେ ଓଡ଼ଗାଁ ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଦଳ ପ୍ରଥମ ସ୍ଥାନ ଅଧିକାର କରିଛି। ଫଳରେ ବିଜେତା ଦଳ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ନୟାଗଡ଼ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଯୋଗ୍ୟ ବିବେଚିତ ହୋଇଛି। ନରେନ୍ଦ୍ର କୁମାର ତ୍ରିପାଠୀ, ସିଆର୍‌ସିସି ଯଶୋବନ୍ତ ପଟ୍ଟନାୟକ ଓ ବିଭୂତି ଭୂଷଣ ଘଡ଼େଇ ବିଚାରକ ଭାବେ ଦାୟିତ୍ୱ ତୁଲାଇଥିଲେ। ଅତିରିକ୍ତ ଶିକ୍ଷା ଅଧିକାରୀ ରୁକ ନାୟକ, ସଦର ସିଆର୍‌ସିସି ନରେଶ ପାଣିଗ୍ରାହୀ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗି ମାନଙ୍କୁ ଉତ୍ସାହିତ କରିଥିଲେ।

Leave A Reply

Your email address will not be published.