ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ

34


୨୨ରୁ ୨୬ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ୱର, ସେପ୍ଟେମ୍ବର ୨୦:
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତରେ ଏବଂ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ଏହି ପାଣିପାଗ ପ୍ରଣାଳୀ ମୌସୁମୀ ବାୟୁ ପ୍ରବାହ ସହିତ ସମ୍ପୃକ୍ତ ଥିବାରୁ ଏହା ଆହୁରି ଶକ୍ତିଶାଳୀ ହେବାର ସମ୍ଭାବନା କମ୍ ରହିଛି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପ୍ରାଥମିକ ଆକଳନ ଅନୁଯାୟୀ, ଏହି ପ୍ରକ୍ରିୟା ୨୩ ତାରିଖ ରାତି କିମ୍ବା ସେପ୍ଟେମ୍ବର ୨୪ ତାରିଖ ପୂର୍ବାହ୍ନରେ ଗଞ୍ଜାମ ଓ ପୁରୀ ଜିଲ୍ଲା ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ।
ଏହାର ପ୍ରଭାବରେ ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାର ଉପକୂଳ, ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି..

Leave A Reply

Your email address will not be published.