ଓଡ଼ଗାଁ, ୨୧।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ମିଶନ ଶକ୍ତି ଗୃହରେ ସୋମବାର ବ୍ଲକ୍ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ପ୍ରୀତିବାଳା ରଣା, ତହସିଲଦାର ଡ. ମାନସ ରଞ୍ଜନ ଭୋଇ ଏବଂ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଶିବିରରେ ମୋଟ ୨୨ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆବାସ ଯୋଜନାରେ ପାଇଖାନା ନିର୍ମାଣ, ବିଭିନ୍ନ ଭତ୍ତା ଏବଂ ପାନୀୟଜଳ ଯୋଗାଣ ସମ୍ପର୍କିତ ଅଭିଯୋଗ ଉପରେ ଆଲୋଚନା କରାଯାଇଥିଲା। ଏହି ଶିବିରରେ ଅତିରିକ୍ତ ବିଡିଓ କବିତା କୁମାରୀ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ।