ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

4


ଜଗତସିଂହପୁର, ତା ୨୧.୦୯.୨୦୨୬– ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୨୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୭ ଟି, ଆବାସ ଯୋଜନା ସମ୍ପର୍କୀୟ ୯ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୧ ଟି, ପୋଲିସ ସହାୟତା ପାଇବା ପାଇଁ ୭ ଟି, ଭତ୍ତା ପାଇବା ପାଇଁ ୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୫୨ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ତହସିଲଦାର,ଜଗତସିଂହପୁର , ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।

Leave A Reply

Your email address will not be published.