ଝାରସୁଗୁଡ଼ାରେ ଗଡ଼ିଲା ଟିପିଡବ୍ଲୁଓଡିଏଲର ‘ସୋଲାର ରଥ’

9

ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ଟପ୍ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ ଟାଟା ପାୱାରା ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ଝାରସୁଗୁଡ଼ା ଜିଲ୍ଲାରେ ‘ସୋଲାର ରଥ’ ମାଧ୍ୟମରେ ସଚେତନତା ଅଭିଯାନର ଶୁଭାରମ୍ଭ ହୋଇଯାଇଅଛି ।

ଆଜି ଝାରସୁଗୁଡ଼ା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଶ୍ରୀ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ, ଓଏସ, ଏହି ସୋଲାର ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ପ୍ରଥମେ ସମ୍ବଲପୁରରେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଏହି ସୋଲାର ରଥର ଶୁଭ ଉଦ୍ଘାଟନ କରାଯାଇଥିଲା। ଦ୍ୱିତୀୟରେ ବରଗଡ଼ ଏବଂ ତୃତୀୟରେ ଝାରସୁଗୁଡ଼ା ଜିଲ୍ଲାରେ ପହଞ୍ଚିଅଛି ଏହି ସୋଲାର ରଥ । ଏହାଦ୍ୱାରା ପଶ୍ଚିମ ଓଡ଼ିଶାର ଅଧିକ ଅଞ୍ଚଳରେ ରୁଫ୍‌ଟପ୍ ସୋଲାର ଓ ପିଏମ୍ ସୂର୍ଯ୍ୟ ଘର ଯୋଜନା ସମ୍ପର୍କରେ ସୂଚନା ପହଞ୍ଚିବ।

Leave A Reply

Your email address will not be published.