ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ, ଆଜି ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

8


ଭୁବନେଶ୍ୱର, ସେପ୍ଟେମ୍ବର ୨୫: ବୁଧବାର ଓଡ଼ିଶାରେ ପ୍ରବେଶ କରିଥିବା ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି । ଶୁକ୍ରବାର ଏହା ନୂଆପଡ଼ା ଜିଲ୍ଲା ଉପରେ କେନ୍ଦ୍ରୀଭୂତ ଥିବା ସୂଚନା ଦେଇଛି ସୋଆ ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ।
ଏହି ଅବପାତ ଉତର-ଉତରପଶ୍ଚିମ ଦିଗରେ ଗତି କରି ପୂର୍ବ ଉତରପ୍ରଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଶୁକ୍ରବାର ଅନୁଗୋଳ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଶନିବାର ଠାରୁ ପାଗରେ ଉନ୍ନତି ଆସିବା ସହ ଉତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.