ବାଲେଶ୍ୱର: ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ କୁପାରି କଲେଜ ଛକ ନିକଟରେ ଚଢ଼ାଉ କରାଯାଇ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଖଇରା ଥାନା ଅନ୍ତର୍ଗତ କୁପାରି (କମାରସାହି) ଗ୍ରାମର ମିତା ବେହେରାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ବ୍ରାଉନସୁଗାର ର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଅନିତା ସାହୁ, ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା, କନେଷ୍ଟବଳ ଦେବାଶିଷ ମଲ୍ଲିକ ଓ ଶଶୀକାନ୍ତ ସାହୁ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ କେସ ନଂ:୧୬୯/୨୦୨୬-୨୭ ମୂଳେ ମାମଲା ରୁଜ୍ଜୁ କରାଯାଇଛି l ପାର୍ବଣ ସମୟରେ ଚୋରାମଦ ଓ ଧଳା ଜହର ବିକ୍ରି ରୋକିବା ପାଇଁ ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରାଯାଉଛି ।