ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସରକାରୀ ଗାନ୍ଧୀ ସ୍ମତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ , ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏହି ପ୍ରତିଯୋଗିତା ଗୁଡ଼ିକରେ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।
ଏହି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀଜୟନ୍ତୀ ଦିନ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।
ଆଜିର ପ୍ରତିଯୋଗିତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ଶ୍ରୀ ଅମୋଶ ଲିମ୍ମା , ଶ୍ରୀ କିଶୋର ଚନ୍ଦ୍ର ଦାସ , ଶ୍ରୀ ରମା କାନ୍ତ ବରାଡ , ଶ୍ରୀ ଏସ.ତ୍ରିପତି ରାଓ , ଶ୍ରୀ ରଞ୍ଜିତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସମସ୍ତ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ସରକାରୀ ଗାନ୍ଧୀ ସ୍ମତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post