ବଲାଙ୍ଗୀର: ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରପରିଷଦର ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଏହାପରେ ସଦରମହକୁମା ସ୍ଥିତ ଗାନ୍ଧୀନଗରପଡା ଠାରେ ଅବସ୍ଥାପିତ ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକ ସଭାର ଆୟୋଜନ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ଉପସ୍ଥିତ ଥିଲେ । ସମ୍ମାନୀୟ ଅତିଥି ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ଓ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରିଥିଲେ ଏବଂ ସର୍ବଧର୍ମ ପ୍ରାର୍ଥନାରେ ଶ୍ରୀ ସତ୍ୟବନ୍ତ ବେଦବାକ, ଇମ୍ମାମ ସାହେବ ମହମ୍ମଦ ମୁସାହିତ ରାଜା, ନିମୁଏଲ ନାଗ, ଯଶବୀର ସିଂ ପ୍ରମୁଖ ସର୍ବଧର୍ମ ପାଠ କରିଥିଲେ । ଉପସ୍ଥିତ ସମ୍ମାନିତ ଅତିଥି ଅଭିଭାଷଣରେ କହିଥିଲେ, ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କେବଳ ଉତ୍ସବରେ ସୀମିତ ନରଖି, ଦୈନନ୍ଦିନ ଜୀବନରେ ତାଙ୍କର ମୂଲ୍ୟବୋଧକୁ ପ୍ରୟୋଗ କରି ସୁସମାଜ ଗଠନ କରିବା । ତାଙ୍କର ନୀତି ଶିକ୍ଷା ବିଶ୍ୱବ୍ୟାପୀ ଲୋକମାନଙ୍କୁ ପ୍ରେରଣା ଦେଇ ଚାଲିଛି, ସେଇ ନୀତି ଶିକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ ହୋଇ ଭଲ ମଣିଷ ହେବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ କିସ୍ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ବାପୁଜୀଙ୍କ ପ୍ରିୟ ଭଜନ ପରିବେଷଣ କରିଥିଲେ। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଆୟୋଜିତ ହୋଇଥିବା ବକ୍ତୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post