ଟିକିରି ସରସ୍ୱତୀ ଶିଶୁ ମନ୍ଦିରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

10


​

କାଶୀପୁର ରୁ ବୈକୁଣ୍ଠ ଦୁରିଆ – ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି।
​ଏହି ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ ସରୋଜିନୀ ନନ୍ଦ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିଛବିରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପୁଷ୍ପକେତୁ ସାହୁ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।
​ଏହି ଉତ୍ସବରେ ଶ୍ରୀଯୁକ୍ତ ଦିବ୍ୟାଙ୍ଗ ଭାଇ ଲକ୍ଷ୍ମଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୋପବନ୍ଧୁଙ୍କ ନିସ୍ୱାର୍ଥପର ସେବା, ତ୍ୟାଗ, ଦେଶପ୍ରେମ ଓ ସମାଜସେବା ସମ୍ପର୍କରେ ଆଲୋକପାତ କରିଥିଲେ। କୋମଳମତି ଶିଶୁମାନେ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସମାଜ ଓ ଦେଶ ଗଠନରେ ବ୍ରତୀ ହେବାକୁ ସେ ଆହ୍ୱାନ ଦେଇଥିଲେ।
​ଅନ୍ୟମାନଙ୍କ ମଧ୍ୟରେ ଉପ ସଭାପତି ଶ୍ରୀ ନିରଞ୍ଜନ ନାୟକ ଏବଂ ସମ୍ପାଦକ ଶ୍ରୀଯୁକ୍ତ ପଦ୍ମନାଭ ମହାନ୍ତି ସମ୍ମାନିତ ବକ୍ତା ଭାବେ ଯୋଗଦେଇ ଗୋପବନ୍ଧୁଙ୍କ କୃତି ଓ କୀର୍ତ୍ତି ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।
​ଏହି ଆଲୋଚନା ଚକ୍ରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଙ୍ଗୀତ ଓ ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ବକ୍ତୃତା ପରିବେଷଣ କରାଯାଇଥିଲା। ଶେଷରେ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା, କର୍ମଚାରୀ ଓ ଶିଶୁମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

Leave A Reply

Your email address will not be published.