ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଜାମୁଝାଡ଼ି ବଜାର ଓ ମାର୍କୋଣା ରେଲୱେ କଲୋନୀରେ ଚଢ଼ାଉ କରାଯାଇ ୧୫୦ ଲିଟର ଦେଶୀ ମଦ ଜବତ କରିବା ସହିତ ବଣା ଗ୍ରାମର ଜିତେନ୍ଦ୍ର ଶିଅଳ, ରାମ୍ପୋ ଗ୍ରାମର ସଞ୍ଜୟ ମୁର୍ମୁ ଓ ଜାମୁଝାଡ଼ି ଗ୍ରାମର ତପନ କୁମାର ଆରୁଖ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୩୫ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ, ଶଶୀକାନ୍ତ ସାହୁ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।