ସୁରକ୍ଷା ଓ ମୌଳିକ ସୁବିଧାର ସମୀକ୍ଷା ପାଇଁ ପରିଦର୍ଶନ କଲେ ଇନ୍ଦ୍ରାବତୀ ଜଳଭଣ୍ଡାର ଓ ବିଭିନ୍ନ ଆଶ୍ରୟସ୍ଥଳ
ନବରଙ୍ଗପୁର, ୨୭ ଅକ୍ଟୋବର ୨୦୨୬: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ନବରଙ୍ଗପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ସମୀକ୍ଷା କରିଥିଲେ।
ଏହି ବୈଠକରେ ସାଂସଦ ଶ୍ରୀ ବଳଭଦ୍ର ମାଝୀ, ନବରଙ୍ଗପୁରର ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ଗୌରୀଶଙ୍କର ମାଝୀ, ଡାବୁଗାଁର ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ନିଯୁକ୍ତ ଅଧିକାରୀ ଡ. ମହେଶ୍ୱର ସ୍ୱାଇଁ ଏବଂ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।
ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ବାତ୍ୟାର ସମ୍ଭାବ୍ୟ ପ୍ରଭାବର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରସ୍ତୁତିମୂଳକ ପଦକ୍ଷେପ ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ, କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ତତ୍ପରତା ଏବଂ ଜନସାଧାରଣଙ୍କ ସୁରକ୍ଷା ସହ ଅତ୍ୟାବଶ୍ୟକ ସେବା ଯୋଗାଣ ସୁନିଶ୍ଚିତ କରିବା ଉପରେ ସେ ଆଲୋକପାତ କରିଥିଲେ।

ମନ୍ତ୍ରୀ ସମସ୍ତ ଅଧିକାରୀଙ୍କୁ ନିଷ୍ଠା, ସଚ୍ଚୋଟତା ଓ ଦାୟିତ୍ୱବୋଧର ସହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବା ସହ ଆବଶ୍ୟକ ସେବାର ତ୍ୱରିତ ଯୋଗାଣ ଏବଂ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ।
ରାଜ୍ୟ ସରକାରଙ୍କ ‘ଶୂନ୍ୟ ଜୀବନହାନି’ (Zero Casualty) ଲକ୍ଷ୍ୟକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ସଜାଗ ଓ ପ୍ରସ୍ତୁତ ରହିବା ସହ ଜନଜୀବନ ଓ ସମ୍ପତ୍ତିର ସୁରକ୍ଷା ନିମନ୍ତେ ଆବଶ୍ୟକ ସମସ୍ତ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବାତ୍ୟା ମୁକାବିଲା ପାଇଁ ସମନ୍ୱିତ ପ୍ରସ୍ତୁତି, ତ୍ୱରିତ ପଦକ୍ଷେପ ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଜିଲ୍ଲା ପ୍ରଶାସନ ପ୍ରତିବଦ୍ଧ ରହିଛି।