ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ ନାରାୟଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଅନ୍ତରା ବଜାର ଓ ବରଦା କେନାଲ ନିକଟରେ ଚଢ଼ାଉ କରାଯାଇ ୧୭୫ ଲିଟର ଦେଶୀ ମଦ, ୧୨.୬୦୦ ବିଦେଶୀ ମଦ ଓ ୩୬.୪୦୦ ଲିଟର ବିଅର ଜବତ କରିବା ସହିତ ଅନ୍ତରା ଗ୍ରାମର କେଶବ ସାହାଣୀ, ଜଗନ୍ନାଥ ପଲ୍ଲେଇ ଓ କମଳାକାନ୍ତ ବେହେରା ଏବଂ ସାନକମାରୀ ଗ୍ରାମର ସୁରେନ୍ଦ୍ର ଦାସ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ହୋଇଥିବା ବିଅର ଓ ମଦ ର ଆନୁମାନିକ ମୂଲ୍ୟ ୬୫ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।