(ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ): MV-79: ଅକ୍ଟୋବର ୩୧ ତାରିଖ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ MV-79 ପୋଲିସ ପକ୍ଷରୁ MV-79 ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।
ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ବିତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହ ଭାଗ ନେଇ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।
କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ଏକତା, ଭାଇଚାରା, ସାମାଜିକ ସଦ୍ଭାବନା ଓ ଦେଶର ଅଖଣ୍ଡତା ବଜାୟ ରଖିବା ସମ୍ପର୍କରେ ପିଲାମାନଙ୍କୁ ସଚେତନ କରାଯାଇଥିଲା। ଏଥିସହ ଶିଶୁ ସୁରକ୍ଷା ଓ ଶିଶୁ ଅଧିକାର ସମ୍ପର୍କରେ ମଧ୍ୟ ସଚେତନତା ବାର୍ତ୍ତା ଦିଆଯାଇଥିଲା।
ଏହି କାର୍ଯ୍ୟକ୍ରମରେ MV-79 ଥାନାର ପୋଲିସ ଅଧିକାରୀଣି ଶ୍ରୀମତୀ ପୁର୍ଣିମା ଟେଟେ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.