ଓଡ଼ଗାଁ, ୩୧।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ପନ୍ତିଖାରୀ ପଞ୍ଚାୟତ ମଶାବାରୀସ୍ଥିତ ଗାୟତ୍ରୀ ବିଦ୍ୟାମନ୍ଦିରରେ ଶନିବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ପ୍ରତିଷ୍ଠାତା ଅଶୋକ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଓଡ଼ଗାଁ ତହସିଲଦାର ଡ. ମାନସ ରଞ୍ଜନ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ଓ ରାଷ୍ଟ୍ରୀୟ ଏକତା ଦିବସ ପାଳନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ବିବିଧତା ମଧ୍ୟରେ ଏକତା ଭାରତୀୟ ସଂସ୍କୃତିର ମୂଳମନ୍ତ୍ର ବୋଲି ଉଲ୍ଲେଖ କରି ସେ ଜାତୀୟ ସଂହତି, ଭାଇଚାରା ଓ ପାରସ୍ପରିକ ସମ୍ମାନ ବଜାୟ ରଖିବାକୁ ଆହ୍ୱାନ ଦେଇଥିଲେ। ଶିଶୁ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଏକତା ମନ୍ତ୍ରରେ ଅନୁପ୍ରାଣିତ ହୋଇ ଆଗକୁ ବଢ଼ିବାକୁ ଉତ୍ସାହିତ କରିଥିଲେ। ଅଧ୍ୟକ୍ଷ ବିରେନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ସେହିପରି ଓଡ଼ଗାଁ ଆଦର୍ଶ ଥାନା ଓ ରଘୁନାଥ ବିଦ୍ୟାପୀଠର ମିଳିତ ଆନୁକୂଲ୍ୟରେ ମଧ୍ୟ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.
Prev Post