ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମୀକ୍ଷା

12

ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

ନବରଙ୍ଗପୁର, ୦୧.୧୧.୨୦୨୬: ବାତ୍ୟା ‘ମୁରାସୁ’ର ପ୍ରଭାବରେ ଆସନ୍ତା ୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସମ୍ଭାବନା ଥିବାବେଳେ ୩ ଓ ୪ ତାରିଖରେ ବିଭିନ୍ନ ସ୍ଥାନରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବିଶେଷକରି ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଝଟ୍‌କା ପବନର ସମ୍ଭାବନା ରହିଛି।

ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଏକ ଆଭାସୀ ସମୀକ୍ଷା ବୈଠକ ମାଧ୍ୟମରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାରଙ୍କ ସହ ଜିଲ୍ଲାର ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ଓ ପ୍ରସ୍ତୁତ ରହିବା ସହ ନିଜ ନିଜ କର୍ମସ୍ଥଳରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ, ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। କୌଣସି ଅଧିକାରୀ କିମ୍ବା କର୍ମଚାରୀ ପୂର୍ବାନୁମତି ବିନା ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ସମସ୍ତଙ୍କୁ ମୁଖ୍ୟାଳୟରେ ରହି ସତର୍କତାର ସହ ନିଜ ନିଜ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜନସାଧାରଣଙ୍କ ସୁରକ୍ଷା ଓ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି।

Leave A Reply

Your email address will not be published.