ବାଲେଶ୍ୱର : ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଚନ୍ଦ୍ରପଡ଼ା ଓ ଝାଟିଆମାଳ ଗ୍ରାମରେ ଚଢ଼ାଉ କରାଯାଇ ୧୨୫ ଲିଟର ଦେଶୀ ମଦ ଜବତ କରିବା ସହିତ ଚନ୍ଦ୍ରପଡ଼ା ଗ୍ରାମର ଗଙ୍ଗା ମୂର୍ମୁ, ସୋମବାରୀ ସୋରେନ ଓ ଝାଟିଆମାଳ ଗ୍ରାମର ସସ୍ମିତା ପ୍ରଧାନ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ, ଶଶୀକାନ୍ତ ସାହୁ ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।