ବାଲିକୁଦା ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

10

ଜଗତସିଂହପୁର, ତା ୦୨.୧୧.୨୦୨୬– ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ସମ୍ପର୍କୀୟ ୧୧ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୬ ଟି, ପୋଲିସ ସହାୟତା ପାଇବା ପାଇଁ ୩ ଟି, ଭତ୍ତା ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ବାଲିକୁଦା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave A Reply

Your email address will not be published.