– ପାରଳାଖେମୁଣ୍ଡି / ଶନିବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର , ପାରଳାଖେମୁଣ୍ଡି ଠାରେ ଦୀପାବଳୀ ଉତ୍ସବ ପାଳିତ ହୋଇଯାଇଛି। ସ୍ଥାନୀୟ ଦେବୀମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶଙ୍କ କରକମଳରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟିର ଉପସଭାପତି ଶ୍ରୀଯୁକ୍ତ ସଞ୍ଜୟ କୁମାର ଜେନା ସମ୍ପାଦକ ଶ୍ରୀ ଚନ୍ଦ୍ରଶେଖରଙ୍କ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ମାନେ ଦେଶବାସୀ ତଥା ସମଗ୍ର ବିଶ୍ୱବାସୀଙ୍କର ଶୁଭମନାସୀ ପ୍ରାୟ ୧୦୦୧ ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ତଥା ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post