ଜଗତସିଂହପୁର, ତା ୦୯.୧୧.୨୦୨୬ ରିଖ – ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୧୪ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୮ ଟି,ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୨ ଟି, ପୋଲିସ୍ ସହାୟତା ପାଇବା ପାଇଁ ୨ ଟି,ଭତ୍ତା ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୯ ଟି ଅଭିଯୋଗ ର ତତକାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା , ତହସିଲଦାର, ଏରସମା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।