କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଅନ୍ତର୍ଗତ ସାତକମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଭା କକ୍ଷରେ ପୁରାତନ ଛାତ୍ର ସଂଘ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀ ନନ୍ଦିନୀ ନାଏକଙ୍କ ସଭାପତିତ୍ବରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାର ଲାଲ ନେହେରୁଙ୍କ ଜୟନ୍ତୀ ତଥା ଶିଶୁ ଦିବସ ପାଳିତ ହୋଇ ଯାଇଛି ।ଏଥିରେ ବିଶିଷ୍ଟ ସମାଜସେବୀ ଓ ଶିକ୍ଷାବିତ୍ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଓ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ କୁମାର ଚୌଧୁରୀ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ଅତିଥି ଗଣ ତାଙ୍କ ବକ୍ତବ୍ୟରେ ନେହେରୁଙ୍କ ଗୋଷ୍ଠୀ ନିରପେକ୍ଷ ଆନ୍ଦୋଳନ ର ଉଚ୍ଚ ପ୍ରଂଶସା କରି ସେ ଭାରତର ନବ ନିର୍ମାତା ଥିଲେ ବୋଲି କହିଥିଲେ । ନେହେରୁଜୀଙ୍କ ଶିଶୁ ମାନଙ୍କୁ ଭଲ ପାଇବା ଗୁଣକୁ ଉଚ୍ଚ ପ୍ରଶଂସା କରିଥିଲେ ।ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତି ଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ । ପ୍ରାରମ୍ଭରେ ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ସୁରଭି ନାଏକ ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ବୈଦ୍ୟ ଷଣ୍ଢ ପରିଚାଳନା କରିଥିଲେ ।ଶେଷରେ ସହକାରୀ ଶିକ୍ଷୟିତ୍ରୀ ସ୍ନେହଲତା ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ର,ଛାତ୍ରୀ ମଧ୍ୟ ଯୋଗ ଦେଇଥିଲେ ।