କିର୍ମିରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ଗଭର୍ଣ୍ଣିଂ ବଡି ବୈଠକ

9

ଝାରସୁଗୁଡ଼ା : ଆଜି କିର୍ମିରା ବ୍ଲକ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତିର ଗଭର୍ଣ୍ଣିଂ ବଡି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଝାରସୁଗୁଡ଼ାର ବିଧାୟକ ଟଙ୍କଧର ତ୍ରିପାଠୀ ଯୋଗଦେଇ ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ ।
ବୈଠକରେ ଅଞ୍ଚଳବାସୀଙ୍କୁ ଉତ୍ତମ, ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ସହ ସ୍ୱାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମି, ଚିକିତ୍ସା ସୁବିଧା ଓ ସେବାର ମାନକୁ ଆହୁରି ଉନ୍ନତ କରିବା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । ଏହି ଅବସରରେ ବିଧାୟକ ଶ୍ରୀ ତ୍ରିପାଠୀ କହିଥିଲେ ଯେ, ଜନସାଧାରଣଙ୍କ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ସମସ୍ତଙ୍କ ସହଯୋଗ ଓ ସମନ୍ୱୟରେ ଏକ ସୁସ୍ଥ ସମାଜ ଗଠନ ଦିଗରେ ଆମର ପ୍ରୟାସ ଜାରି ରହିବ । ସୁସ୍ଥ ଜନସମାଜ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସ୍ୱାସ୍ଥ୍ୟସେବାର ସଫଳ ରୂପାୟନ ଅତ୍ୟନ୍ତ ଜରୁରୀ ବୋଲି ସେ ମତବ୍ୟକ୍ତ କରିଥିଲେ । ଆଜିର ଏହି ବୈଠକରେ କିର୍ମିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଭିନାଶ ଲାକ୍ରା, କିର୍ମିରା ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଘନଶ୍ୟାମ ସୋରେନ ଏବଂ କିର୍ମିରା ସରପଞ୍ଚ ସନ୍ତୋଷିନୀ ପଟେଲଙ୍କ ସମେତ ରୋଗୀ କଲ୍ୟାଣ ସମିତିର ସମସ୍ତ ସଦସ୍ୟ ଓ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

Leave A Reply

Your email address will not be published.