ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାରଙ୍କ ସଭାପତିତ୍ବରେ ଶିଶୁ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟ ରାମାନନ୍ଦ ଦାସ , ଉପସଭାପତି ଶ୍ରୀଯୁକ୍ତ ସଞ୍ଜୟ କୁମାର ଜେନା , ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ ଓ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ରହିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୀବନୀ ଉପରେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଇତି ଅବସରରେ ବିଦ୍ୟାଳୟରେ AI ସମ୍ପନ୍ନ ସ୍ମାର୍ଟ ବୋର୍ଡ ଥାଇ ଏକ ସ୍ଵତନ୍ତ୍ର ବିଜ୍ଞାନାଗାର ସଭାପତିଙ୍କ ଦ୍ଵାରା ଶୁଭ ଉଦଘାଟିତ ହୋଇଥିଲା। ଛାତ୍ରଛାତ୍ରୀଙ୍କ ମହଲରେ ଆନନ୍ଦ ଉତ୍ସାହ ପରିଲକ୍ଷିତ ହୋଇଥିଲା।
ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୌତୁକ ଓ ଆନନ୍ଦ ପ୍ରଦ ଖେଳର ଆୟୋଜନ କରାଯାଇଥିଲା ଏବଂ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଓ ବିଜ୍ଞାନ ଆଚାର୍ଯ୍ୟା ଶ୍ରୀମତୀ ଶ୍ରଦ୍ଧାମୟୀ ପାଢ଼ୀଙ୍କ ତଥା ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.