ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସାମଲ କଲ୍ୟାଣରାଓ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ, ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ କର୍ତ୍ତବ୍ୟକୁ ନିଷ୍ଠାର ସହ ପାଳନ କରୁଛନ୍ତି। ଜିଲ୍ଲାର ଦୁର୍ଗମ ଓ ଅପହଞ୍ଚ ଗ୍ରାମଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ପ୍ରତ୍ୟେକ ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଖବର ସଂଗ୍ରହ କରି ଲୋକଙ୍କ ନିକଟରେ ପହଞ୍ଚାଉଛନ୍ତି।
ସେହିପରି ବନ୍ୟା , ବାତ୍ୟା ଓ ଅନ୍ୟାନ୍ୟ ବିପର୍ଯ୍ୟୟ ସମୟରେ ମଧ୍ୟ ଖରା , ବର୍ଷା ଓ ଶୀତକୁ ଖାତିର ନକରି ଖବର ସଂଗ୍ରହ କରୁଛନ୍ତି। ଏହା ସହିତ ଜନସାଧାରଣଙ୍କ ନିକଟରେ ଜରୁରୀ ସୂଚନା ଓ ସଚେତନତାର ବାର୍ତ୍ତା ପହଞ୍ଚାଉଛନ୍ତି। ଏ କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ଜିଲ୍ଲାର ବିକାଶ ଓ ଜନସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଅବଦାନ ଅତୁଳନୀୟ। ଜିଲ୍ଲା ପ୍ରଶାସନକୁ ବିଭିନ୍ନ ସମୟରେ ସହଯୋଗ କରି ଆସୁଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯେତେ ପ୍ରଶଂସା କଲେ ମଧ୍ୟ ତାହା କମ୍ ହେବ। ସେହିପରି ପ୍ରଶାସନକୁ ପ୍ରତି ସମୟରେ ସହଯୋଗ କରୁଥିବାରୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ବେଶ୍ ପ୍ରଶଂସା କରିଥିଲେ।
ଏହି ଉପଲକ୍ଷେ “ସାମ୍ବାଦିକତା : ଲୋକପ୍ରିୟତା ବନାମ କର୍ତ୍ତଵ୍ୟବୋଧତା” ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶ୍ରୀ ଗରୁଡ଼ଧ୍ଵଜ ଚୌଧୁରୀ , ଶ୍ରୀ ବସନ୍ତ କୁମାର ପଣ୍ଡା , ଶ୍ରୀ ପ୍ରଣଜ କୁମାର ପଟ୍ଟାୟକ ଯୋଗ ଦେଇଥିବା ବେଳେ ଶ୍ରୀ ଡିଜେନ୍ଦ୍ର ନାଥ ପାଢ଼ୀ , ବରିଷ୍ଠ ସାମ୍ୱାଦିକ ସଭା ପରିଚାଳନା କରିଥିବା ବେଳେ ଶ୍ରୀ ଆଦର୍ଶ କୁମାର ଦାଶ ସାମ୍ବାଦିକଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରି ନିଜ ନିଜର ଅଭିଭାଷଣ ରଖିଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷାରମୟ ସେନାପତି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର କର୍ମଚାରୀ ଅପରାନନ୍ଦ ଆନନ୍ଦ ଓ ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ।ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସାମଲ କଲ୍ୟାଣରାଓ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ, ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ କର୍ତ୍ତବ୍ୟକୁ ନିଷ୍ଠାର ସହ ପାଳନ କରୁଛନ୍ତି। ଜିଲ୍ଲାର ଦୁର୍ଗମ ଓ ଅପହଞ୍ଚ ଗ୍ରାମଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ପ୍ରତ୍ୟେକ ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଖବର ସଂଗ୍ରହ କରି ଲୋକଙ୍କ ନିକଟରେ ପହଞ୍ଚାଉଛନ୍ତି।
ସେହିପରି ବନ୍ୟା , ବାତ୍ୟା ଓ ଅନ୍ୟାନ୍ୟ ବିପର୍ଯ୍ୟୟ ସମୟରେ ମଧ୍ୟ ଖରା , ବର୍ଷା ଓ ଶୀତକୁ ଖାତିର ନକରି ଖବର ସଂଗ୍ରହ କରୁଛନ୍ତି। ଏହା ସହିତ ଜନସାଧାରଣଙ୍କ ନିକଟରେ ଜରୁରୀ ସୂଚନା ଓ ସଚେତନତାର ବାର୍ତ୍ତା ପହଞ୍ଚାଉଛନ୍ତି। ଏ କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ଜିଲ୍ଲାର ବିକାଶ ଓ ଜନସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଅବଦାନ ଅତୁଳନୀୟ। ଜିଲ୍ଲା ପ୍ରଶାସନକୁ ବିଭିନ୍ନ ସମୟରେ ସହଯୋଗ କରି ଆସୁଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯେତେ ପ୍ରଶଂସା କଲେ ମଧ୍ୟ ତାହା କମ୍ ହେବ। ସେହିପରି ପ୍ରଶାସନକୁ ପ୍ରତି ସମୟରେ ସହଯୋଗ କରୁଥିବାରୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ବେଶ୍ ପ୍ରଶଂସା କରିଥିଲେ।
ଏହି ଉପଲକ୍ଷେ “ସାମ୍ବାଦିକତା : ଲୋକପ୍ରିୟତା ବନାମ କର୍ତ୍ତଵ୍ୟବୋଧତା” ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶ୍ରୀ ଗରୁଡ଼ଧ୍ଵଜ ଚୌଧୁରୀ , ଶ୍ରୀ ବସନ୍ତ କୁମାର ପଣ୍ଡା , ଶ୍ରୀ ପ୍ରଣଜ କୁମାର ପଟ୍ଟାୟକ ଯୋଗ ଦେଇଥିବା ବେଳେ ଶ୍ରୀ ଡିଜେନ୍ଦ୍ର ନାଥ ପାଢ଼ୀ , ବରିଷ୍ଠ ସାମ୍ୱାଦିକ ସଭା ପରିଚାଳନା କରିଥିବା ବେଳେ ଶ୍ରୀ ଆଦର୍ଶ କୁମାର ଦାଶ ସାମ୍ବାଦିକଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରି ନିଜ ନିଜର ଅଭିଭାଷଣ ରଖିଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷାରମୟ ସେନାପତି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର କର୍ମଚାରୀ ଅପରାନନ୍ଦ ଆନନ୍ଦ ଓ ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post