ଜିଲ୍ଲାର ସମସ୍ତ ବ୍ଲକ୍‌ରେ ସମ୍ଭାବ୍ୟ ବାତ୍ୟା “ଆକଭାନ୍” କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନତା

9

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍‌ରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଜନସାଧାରଣଙ୍କୁ ସଚେତନ କରାଯାଉଛି। ବାତ୍ୟା ସମୟରେ ନିଜକୁ ସୁରକ୍ଷିତ ରଖିବା , ଆବଶ୍ୟକ ସତର୍କତା ଅବଲମ୍ବନ କରିବା ଏବଂ ପ୍ରଶାସନ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀ ପାଳନ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଉଛି।
ଏହି କ୍ରମରେ ଗଜପତି ଜିଲ୍ଲାର ସମସ୍ତ ୭ ଗୋଟି ବ୍ଲକାଞ୍ଚଳରେ ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା “ଆକଭାନ୍” କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବିଭିନ୍ନ ବ୍ଲକାଞ୍ଚଳ ରେ ଆଶା ଓ ଅଙ୍ଗନବାଡ଼ି କର୍ମୀ ମାନଙ୍କ ଦ୍ଵାରା ମାଇକ୍ ତଥା ଡାକବାଜି ଯନ୍ତ୍ର ଯୋଗେ ଜନସାଧାରଣଙ୍କୁ ସଚେତନ କରାଯାଉଛି । ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟାର ସଫଳ ମୁକାବିଲା ନିମନ୍ତେ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି ଓ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ବାତ୍ୟା ସମୟରେ ଘରୁ ନ ବାହାରି କି କେଉଁଆଡ଼େ ନ ଯାଇ ଘରେ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଆଯିବା ସହ ସଚେତନ କରାଯାଉଛି।

Leave A Reply

Your email address will not be published.