ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମିଶନ ଶକ୍ତି କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ ରାୟଗଡ଼ ବ୍ଲକ ଅନ୍ତର୍ଗତ ମା’ ଗୃହ ଓ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସେଠାରେ ଆଶ୍ରୟ ନେଇଥିବା ସ୍ଥାନାନ୍ତରିତ ଗର୍ଭବତୀ ମହିଳା ଓ ଅନ୍ୟାନ୍ୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସୁବିଧା, ସୁରକ୍ଷା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।

ଏହି ପରିଦର୍ଶନ ସମୟରେ ପିଏ , ଆଇଟିଡିଏ , ବିଡିଓ , ରାୟଗଡ଼ , ଡିପିଏମ୍ , ସିଡିପିଓଙ୍କ ସମେତ ବ୍ଲକର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।
ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଆଶ୍ରୟସ୍ଥଳୀରେ ରହୁଥିବା ସ୍ଥାନାନ୍ତରିତ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସୁବିଧା , ସୁରକ୍ଷା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହ ଆଶ୍ରୟସ୍ଥଳୀରେ ଖାଦ୍ୟ , ପାନୀୟ ଜଳ ଓ ଅନ୍ୟାନ୍ୟ ମୌଳିକ ସୁବିଧାର ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ସମୀକ୍ଷା କରିଛନ୍ତି।