ପର୍ଯ୍ୟଟନର ବିକାଶ ଓ ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ନେଇ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ବୈଠକ

11

ନବରଙ୍ଗପୁର, ୧୮ ନଭେମ୍ବର ୨୦୨୬: ନବରଙ୍ଗପୁର ଜିଲ୍ଲାରେ ପର୍ଯ୍ୟଟନର ବିକାଶ, ନୂତନ ପର୍ଯ୍ୟଟନସ୍ଥଳୀ ଚିହ୍ନଟ ଏବଂ ପର୍ଯ୍ୟଟନ ପ୍ରକଳ୍ପରେ ପୁଞ୍ଜିନିବେଶର ସୁଯୋଗ ସୃଷ୍ଟି ନିମନ୍ତେ ସ୍ଥାନୀୟ ପର୍ଯ୍ୟଟନ ପ୍ରୋତ୍ସାହନ ପରିଷଦର ଏକ ବୈଠକ ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା।

ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାରେ ସମ୍ପୂର୍ଣ୍ଣ ହୋଇଥିବା ପର୍ଯ୍ୟଟନ ପ୍ରକଳ୍ପଗୁଡ଼ିକର ପରିଚାଳନାଗତ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହ ଜିଲ୍ଲାରେ ନୂତନ ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଚିହ୍ନଟ କରିବା ସହ ସେଗୁଡ଼ିକର ବିକାଶ ଓ ପର୍ଯ୍ୟଟନ ଭିତ୍ତିଭୂମିର ଉନ୍ନତିକରଣ ନିମନ୍ତେ ବିଭିନ୍ନ ପ୍ରସ୍ତାବ ଉପରେ ବିଚାରବିମର୍ଶ କରାଯାଇଥିଲା।

ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଓ ପର୍ଯ୍ୟଟନ ସମ୍ଭାବନାକୁ ଦୃଷ୍ଟିରେ ରଖି ନୂତନ ପର୍ଯ୍ୟଟନସ୍ଥଳୀର ବିକାଶ ନିମନ୍ତେ ଆଲୋଚନା ହୋଇଥିଲା। ଏଥିସହ ପର୍ଯ୍ୟଟନ କ୍ଷେତ୍ରରେ ଆଗ୍ରହୀ ନିବେଶକମାନଙ୍କୁ ଆକୃଷ୍ଟ କରିବା ଏବଂ ସରକାରୀ ଓ ବେସରକାରୀ ସହଭାଗିତାରେ ପର୍ଯ୍ୟଟନ ପ୍ରକଳ୍ପର ବିକାଶ ପାଇଁ ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଏହି ବୈଠକରେ ନବରଙ୍ଗପୁର, ତେନ୍ତୁଳିଖୁଣ୍ଟି ଓ ପାପଡ଼ାହାଣ୍ଡି ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ସମ୍ପୃକ୍ତ ବ୍ଲକର ସହକାରୀ ଯନ୍ତ୍ରୀ, ନବରଙ୍ଗପୁର ତହସିଲଦାର ଏବଂ ପାପଡ଼ାହାଣ୍ଡି ଥାନା ଅଧିକାରୀ ଯୋଗଦେଇ ଜିଲ୍ଲାର ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ, ନୂତନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ପର୍ଯ୍ୟଟନ ମାଧ୍ୟମରେ ସ୍ଥାନୀୟ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ସମସ୍ତ ସମ୍ପୃକ୍ତ ବିଭାଗର ସମନ୍ୱିତ ଉଦ୍ୟମର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.