ବରିଷ୍ଠ ଆଇଏଏସ୍ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କ ତଣ୍ଡାହାର ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସ୍ଥିତି ସମୀକ୍ଷା

33

ପୁରୀ,୨୦/୧୧- ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଜିଲ୍ଲା ଦାୟିତ୍ୱରେ ନିଯୁକ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ତଣ୍ଡାହାର ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ପ୍ରବଳ ବର୍ଷା ଓ ବାତ୍ୟା ଆଶଙ୍କା ମଧ୍ୟରେ ଶ୍ରୀ ଅଗ୍ରୱାଲ ଆଶ୍ରୟସ୍ଥଳୀରେ ପହଞ୍ଚି ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ସହ ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।ପରିଦର୍ଶନ ସମୟରେ ଶ୍ରୀ ଅଗ୍ରୱାଲ ଆଶ୍ରୟସ୍ଥଳୀରେ ଥିବା ଲୋକଙ୍କ ପାଇଁ ପ୍ରସ୍ତୁତ ହେଉଥିବା ରନ୍ଧାଖାଦ୍ୟର ମାନ, ରୋଷେଇ ଶାଳର ପରିଚ୍ଛନ୍ନତା ଏବଂ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ବୁଲି ଦେଖିଥିଲେ। ଏହା ସହିତ ସେ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଥିବା ଗ୍ରାମବାସୀ, ବରିଷ୍ଠ ନାଗରିକ, ମହିଳା ଓ ଶିଶୁମାନଙ୍କୁ ଭେଟି ସେମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ ଏବଂ ସେମାନଙ୍କୁ ଭୟଭୀତ ନ ହୋଇ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଥିଲେ।ବାତ୍ୟା ସମୟରେ ଯେପରି କୌଣସି ଆଶ୍ରିତ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏବଂ ସମସ୍ତଙ୍କୁ ଠିକ୍ ସମୟରେ ଖାଦ୍ୟ, ଆଲୋକ ଓ ପ୍ରାଥମିକ ଚିକିତ୍ସା ସୁବିଧା ମିଳେ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.