ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

8

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:ତା.୨୩-୧୧-୨୦୨୬ରିଖ ଦିନ ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ରାୟଗଡ଼ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକାରୀ, ରାୟଗଡ଼ ନିହାରରଞ୍ଜନ ପ୍ରଧାନ, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଚନ୍ଦ୍ରପୁର ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୪୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୧୭ଟି ବ୍ୟକ୍ତିଗତ ଏବଂ ୨୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ଆଜିର ଏହି ଅଭିଯୋଗ ପ୍ରକୋଷ୍ଠରେ ଜିଲ୍ଲାପାଳ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୨୫,୦୦୦ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ସମସ୍ତ ଦରଖାସ୍ତ ଜିଲ୍ଲାପାଳ ଗ୍ରହଣ କରି ସମ୍ପୃକ୍ତ ଅଧିକାରୀଙ୍କ ନିକଟକୁ ପ୍ରେରଣ କରି ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଜଣ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.