ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ

7

ବେଲଗୁଣ୍ଠା,୨୭/୧୧, -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ତରଫରୁ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଏବଂ ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ପିଙ୍କି ପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ସମ୍ବିଧାନର ସଂଜ୍ଞା, ମୂଳ ଆଭିମୁଖ୍ୟ ଓ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ ଓ ଅଧ୍ୟାପକ ସପନ କୁମାର ପ୍ରଧାନ ଯୋଗଦେଇ ଭାରତୀୟ ସମ୍ବିଧାନର ଲକ୍ଷ୍ୟ, ଉଦ୍ଦେଶ୍ୟ ଏବଂ ନାଗରିକଙ୍କ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ। ଏହି ଅବସରରେ ବହୁ ଛାତ୍ରଛାତ୍ରୀ ଉପସ୍ଥିତ ରହି ସମ୍ବିଧାନର ମହତ୍ତ୍ୱ ଓ ଗଣତାନ୍ତ୍ରିକ ମୂଲ୍ୟବୋଧ ସମ୍ପର୍କରେ ଜ୍ଞାନ ଆହରଣ କରିଥିଲେ। ଶେଷରେ ଅଧ୍ୟାପିକା ପିଙ୍କି ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.