ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ୨୯/୧୧/୨୦୨୬: ସ୍ଥାନୀୟ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମଠାରେ ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତା ୨୦୨୬-୨୭ ର ଦ୍ୱିତୀୟ ଦିନର ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଆଜି ରିକର୍ଭ, କମ୍ପାଉଣ୍ଡ, ଇଣ୍ଡିଆନ୍ ଓ ଇଣ୍ଡିଆନ୍ ଅଲମ୍ପିକ ରାଉଣ୍ଡର ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ବିଚାରକ ମାନେ ଯୋଗ ଦେଇ ପିଲାଙ୍କ ଦକ୍ଷତାର ମୂଲ୍ୟାୟନ କରିଥିଲେ। ଆସନ୍ତାକାଲି ଫଳାଫଳ ଘୋଷଣା ସହ ଉଦଯାପନୀ ସମାରୋହରେ ପୁରସ୍କାର ବିତରଣ ହେବ। ସନ୍ଧ୍ୟାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ, ସ୍ଥାନୀୟ କଳାକାର ତଥା କଣ୍ଠଶିଳ୍ପୀ ସର୍ବେଶ୍ୱର ଭୋଇ ଓ ସାଥୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମକୁ ହରିଶ୍ଚନ୍ଦ୍ର ମୁଣ୍ଡ, ନିଳାଞ୍ଚଳ ପାନ ଓ ଦିପ୍ତିମୟୀ ସିଂ ପରିଚାଳନା କରିଥିଲେ। ସୂଚନାଯୋଗ୍ୟ ଯେ ରାଜ୍ୟ ବିଦ୍ୟାଳୟ କ୍ରୀଡା ସମୂହ, ଓଡ଼ିଶା ଓ ଜିଲ୍ଲା ବିଦ୍ୟାଳୟ କ୍ରୀଡା ସମୂହ, କଳାହାଣ୍ଡି ଏହି ପ୍ରତିଯୋଗିତା ଆୟୋଜନ କରୁଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ଓଡ଼ିଶାର ଶାରୀରିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ଜ୍ୟୋତି ପ୍ରସାଦ ପରିଡା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ ଓ ହେମସାଗର ମହାନନ୍ଦ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ ପ୍ରମୁଖ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି। ଏଥିରେ ଜିଲ୍ଲାର ସମସ୍ତ ବିଇଓ, ଏବିଇଓ, ଆୟୋଜକ କମିଟିର ସଦସ୍ୟ ସଦସ୍ୟା, ଡିଇଓ ଏବଂ ଡିପିସି କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରୁଛନ୍ତି।